ଆଜି ପବିତ୍ର ରଥଯାତ୍ରା

0
51

ପୁରୀ: ଆଜି ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ତାଙ୍କ ଗୁଣ୍ଡିଚା ଘରକୁ ଯିବେ। ଏଥିପାଇଁ ସିଂହଦ୍ୱାର ଆଗରେ ଶ୍ରୀଜିଉଙ୍କ ଅପେକ୍ଷାରେ ସୁସଜ୍ଜିତ ହୋଇ ରହିଛି ତିନି ରଥ। ଆଉ ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ ସହ ରଥ ରଜ୍ଜୁ ଟାଣି ଜୀବନ କୃତାର୍ଥ କରିବାକୁ ଉଛନ୍ନ ହେଲେଣି ଭକ୍ତ। ଭଜନ ଓ କୀର୍ତ୍ତନରେ ଉଛୁଳି ପଡ଼ୁଛି ବଡ଼ଦାଣ୍ଡ।

ଆଜି ସକାଳ ୯ଟାରେ ମଦନମୋହନ, ବଳଭଦ୍ର, ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି କରାଯିବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ କରାଯାଇଛି।

LEAVE A REPLY

Please enter your comment!
Please enter your name here