କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରତାପ ଷଡ଼ଙ୍ଗୀ

0
68

ନୂଆଦିଲ୍ଲୀ ( ଆଦ୍ୟାଶା ନ୍ୟୁଜ): ବାଲେଶ୍ୱର ଭାଜପା ସାଂସଦ ପ୍ରତାପ ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ସହ କାର୍ଯ୍ୟ ଆରମ୍ଭ କରିଛନ୍ତି।
ସେହିପରି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସଡ଼କ ପରିବହନ ବିଭାଗର ମନ୍ତ୍ରୀ ଭାବେ ସେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହା ସହ ସେ ଲଘୁ, କ୍ଷୁଦ୍ର ଓ ମଧ୍ୟମ(ଏମ୍‌ଏସ୍‌ଏମ୍‌ଇ) ଉଦ୍ୟୋଗ ମନ୍ତ୍ରଣାଳୟର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ନେଇଛନ୍ତି।

LEAVE A REPLY

Please enter your comment!
Please enter your name here