ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ମନମୁଣ୍ଡା ଠାରେ ବସ୍‌ ଦୁର୍ଘଟଣାଗ୍ରସ୍ତ

0
77

ସୋନପୁର: ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ମନମୁଣ୍ଡା ବାସୁଦେବପାଲିଠାରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୮ଜଣ ଆହତ ହୋଇଛନ୍ତି। ଆହତଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୬ଜଣ ଅବସ୍ଥା ଗୁରୁତର ରହିଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ଭୁବନେଶ୍ୱରରୁ ବଲାଙ୍ଗିର ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ବସ୍‌ଟି ଏତେ ଜୋରରେ ଯାଇ ଗଛରେ ପିଟି ହୋଇଥିଲା ଯେ ଏହାର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ଆହତ ଯାତ୍ରୀଙ୍କ ପରିଚୟ ମିଳିପାରିନଥିବା ବେଳେ ସେମାନଙ୍କ ମଧ୍ୟରୁ କିଛି ଯାତ୍ରୀ ସୋନପୁରର ବୋଲି ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here