ଗଛରୁ ଝୁଲନ୍ତା ମୃତ ଦେହ ଉଦ୍ଧାର

0
96

କେନ୍ଦୁଝର (ଆଲୋକ ମହାନ୍ତ ) –  କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ପୋଇପାଣି ଗ୍ରାମରେ ଏକ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଗ୍ରାମର ଚାଷଜମି ହୁଡା ନିକଟରେ ଥିବା ଏକ ଗଛରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତ ଦେହକୁୁ ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ ଖବର ପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ଏସଏନ ପରିଡା ଘଟଣା ସ୍ଥଳରେ ପହଚିଁ ଶବକୁ ଜବତ କରିବା ସହ ଏକ ମାମଲ ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here