ଗୋହିରା ନିକଟରେ କାରକୁ ଧକ୍କା ଦେଲା ଟ୍ରକ, ଗୋଟିଏ ପରିବାରର ୪ଜଣ ଗୁରୁତର ଆହତ

0
122

କେନ୍ଦୁଝର: (ଆଦ୍ୟାଶା ନ୍ୟୁଜ/ସଂଜୀବ ସାହୁ ) – କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ଗୋହିରା ରିଲିଆନ୍ସ ପେଟ୍ରୋଲ ପମ୍ପ ନିକଟରେ ଗତ କାଲି ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ଗୁରୁତର ଆହତ ହୋଇଛନ୍ତି । ଆହାତ ପରିବାର ଲୋକମାନେ ଦେବଗଡ ଅଞ୍ଚଳରୁ କୌଣସି କାମରେ ବାଲେଶ୍ୱର ଅଭିମୁଖେ ଯାଉଥିଲେ । ଉକ୍ତ କାର ଯୋଗେ ଗୋଟିଏ ପରିବାରର ବାପ, ମାଆ, ପୁଅ, ଝିଅ ଯାଉଥିବା ସମୟରେ ରିଲିଆନ୍ସ ପେଟ୍ରୋଲ ପମ୍ପରୁ ବାହାରୁଥିବା ଏକ ଟ୍ରକ ତାଙ୍କ କାରକୁ ଧକ୍କା ଦେଇଥିଲା । ଫଳରେ କାରଟି ସମ୍ପୂର୍ଣ୍ଣ ରୂପେ ଓଲଟି ପଡିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଥିଲେ । ଘଟଣା ଦେଖି ନିକଟସ୍ଥ ଲୋକମାନେ ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଫୋନ୍ ଯୋଗେ ଜଣାଇଥିଲେ । ଖବର ପାଇ ଘଷିପୁରା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ସେମାନଙ୍କର ପ୍ରାଥମିକ ଚିକିତ୍ସା ପରେ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବାର ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଜଣାପଡିଛି । ଘଟଣାର ଖବର ପାଇଁ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here