ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ପରଲୋକ

0
47

ନୂଆଦିଲ୍ଲୀ : ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଆଜି ପରଲୋକ ହୋଇଯାଇଛି। ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା। ତାଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।

ନିଃଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ହେବା ଯୋଗୁ ଜେଟଲୀଙ୍କୁ  ଅଗଷ୍ଟ ୯ରେ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ସେଠାରେ ଲାଇଫ୍ ସପୋର୍ଟ ସିଷ୍ଟମ୍‌ରେ ରଖାଯାଇଥିଲା। ବରିଷ୍ଠ ଡାକ୍ତରମାନଙ୍କର ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିଲେ। ତେବେ ଲଗାତାର ଭାବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ପରିଲକ୍ଷିତ ହୋଇଥିଲା। ଶେଷରେ ଆଜି ମଧ୍ୟାହ୍ନ ୧୨ଟା ୦୭ ମିନିଟ୍‌ରେ  ତାଙ୍କର ପରଲୋକ ହୋଇଥିବା ନେଇ ଏମ୍ସ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇଥିଲା।

LEAVE A REPLY

Please enter your comment!
Please enter your name here