ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

0
84

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଜଗତସିଂହପୁର ଲୋକସଭା ଓ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନରେ ଭୋଟ୍‌ ଗ୍ରହଣ ହେଉଛି।

ସକାଳ ସାଢ଼େ ୫ଟାରେ ବିଭିନ୍ନ ବୁଥ୍‌ରେ ମକ୍ ପୋଲ ହୋଇଥିଲା।  ଏହାପରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି।  ୬ଟି ଲୋକସଭା ଆସନ ପାଇଁ ୫୨ଜଣ ଓ ୪୧ଟି ବିଧାନସଭା ଆସନ ପାଇଁ ୩୩୬ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି।  ୧୦ ହଜାର ୭୯୨ ବୁଥ୍‌ରେ ୯୫ ଲକ୍ଷ ୧୪ ହଜାର ୮୮୩ ଜଣ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ।

LEAVE A REPLY

Please enter your comment!
Please enter your name here